ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ୩୦ ଜିଲ୍ଲା, ଟ୍ୱିନ୍ ସିଟି, ୧୦ ପୌରାଞ୍ଚଳ ପାଇଁ ହିଟୱେଭ ଆକ୍ସନ ପ୍ଲାନ ହୋଇଛି ନେଇ ଗୃହରେ ସୂଚନା ଦେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ।
ଆଉ ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ।ରାଜ୍ୟ ଓ ଜିଲ୍ଲାସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିଛି। ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ ସାମିଲ୍ ପାଇଁ ସୁପାରିସ୍ ହୋଇଛି କହିଛନ୍ତି ମନ୍ତ୍ରୀ।