ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ

ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ। ବିକଶିତ ଭାରତର ଓଡ଼ିଶା ଗ୍ରୋଥ୍ ଇଞ୍ଜିନ୍ ହେବ। ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ। ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ କେନ୍ଦ୍ରରୁ ଓଡ଼ିଶାକୁ ବଡ଼ ପ୍ରକଳ୍ପ ମିଳୁଛି। ଏହା ଉଜ୍ଜ୍ବଳ ଓଡ଼ିଶାର ଭବିଷ୍ୟତକୁ ଦର୍ଶାଉଛି କହିଛନ୍ତି ରାଜ୍ୟପାଳ।

ରାମେଶ୍ବର-ପାରାଦୀପ କୋଷ୍ଟାଲ ହାଇୱେକୁ ଅନୁମୋଦନ।ମିଳିଛି।ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା। ରାଜ୍ୟରେ ରାସ୍ତାର ଆଧୁନିକୀକରଣ କରାଯାଉଛି। ଭୁବନେଶ୍ବର-ଖୋର୍ଦ୍ଧା-କଟକକୁ ନେଇ ରିଂରୋଡ୍ ନିର୍ମାଣ ହେଉଛି ଏବଂ ଜୟଦେବ ବିହାର-ନନ୍ଦନକାନନ ରାସ୍ତା ଫ୍ଲାଏଓଭର ହେବ। ଭିତ୍ତିଭୂମି ସୁଦୃଢ଼ କରିବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ କହିଛନ୍ତି ରାଜ୍ୟପାଳ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes