ବ୍ରଜରାଜନଗର ଉପନିର୍ବାଚନ ଲାଗି ଆଜି ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ । ଭୋଟ୍ ଦେବା ପାଇଁ ନିଜ ନିଜ ବୁଥରେ ଆସି ସକାଳୁ ସକାଳୁ ଭିଡ଼ ଲଗାଇଛନ୍ତି ଭୋଟର ।
ଉପନିର୍ବାଚନରେ ମୁଖ୍ୟତଃ ତ୍ରିମୁଖୀ ପ୍ରତିଦ୍ୱନ୍ଦିତା ହେଉଥିବା ବେଳେ ମୈଦାନକୁ ଓହ୍ଲାଇଛନ୍ତି ମୋଟ ୧୧ ଜଣ ପ୍ରାର୍ଥୀ । ବ୍ରଜରାଜନଗରର ୨ ଲକ୍ଷ ୧୪ ହଜାର ୮୭୮ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ।