୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି।
ଆସନ୍ତା ୨୨ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ ଏବଂ ୨୫ ତାରିଖ ଆଡ଼କୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ରହିଛି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।