ଏଣିକି ଘରକୁ ଯାଇ ନିଜ ଉପସ୍ଥିତିରେ ମେଡିସିନ ଖୁଆଇବେ ସ୍ୱାସ୍ଥ୍ୟକର୍ମୀ

ଫାଇଲେରିଆ ନିରାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ଏହି ବଡ଼ ଆକ୍ସନ ପ୍ଲାନ କରିଥିବା ନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।ମାଗଣା ବଣ୍ଟନ ସତ୍ତ୍ବେ ଲୋକେ ଔଷଧ ସେବନ କରୁ ନ ଥିବାରୁ ପଦକ୍ଷେପ ନିଆଯିବ। ଫେବୃଆରୀ ୧୦ରୁ ଆରମ୍ଭ ହୋଇ ୧୦ ଦିନ ପର୍ଯ୍ୟନ୍ତ ଚାଲିବ କାର୍ଯ୍ୟକ୍ରମ।

ବଲାଙ୍ଗିର, ଗଞ୍ଜାମ, ଯାଜପୁର, ବରଗଡ଼ ଓ ଢେଙ୍କାନାଳରେ ଔଷଧ ଦିଆଯିବ। ଯେଉଁମାନେ ଔଷଧ ବାଣ୍ଟିବେ ସେମାନଙ୍କୁ ତାଲିମ ଦିଆଯାଇଛି।ଯେଉଁ ସ୍ୱାସ୍ଥ୍ୟକର୍ମୀ ଔଷଧ ବାଣ୍ଟିବେ ଜିପିଏସ ଜରିଆରେ ଟ୍ରାକ୍‌ କରାଯିବ କହିଛନ୍ତି ନିରଞ୍ଜନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes