ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍ଗେ ସମ୍ବୋଧନ ଦେଇ କହିଛନ୍ତି, ଭୁବନେଶ୍ୱରରେ ଏମ୍ସ ଓ ଇନ୍ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି।
ବିଜେପିର ଅବଦାନ ଜିରୋ, ଏମାନେ ଏଠାରେ କିଛି କାମ କରିନାହାନ୍ତି। କିଛି କାମ ନ କରି କେବଳ ଶ୍ରେୟ ନେବାକୁ ଚେଷ୍ଟା କରୁଛି ବିଜେପି। କିଛି କରିନାହାନ୍ତି, କେବଳ ବିକ୍ରି କରିବାରେ ଲାଗି ପଡ଼ିଛନ୍ତି। ଡବଲ ଇଞ୍ଜିନ ସରକାର ଗରିବଙ୍କ ପାଇଁ ନୁହେଁ, କେବଳ ଧନୀଙ୍କ ପାଇଁ କହିଛନ୍ତି ଖଡ୍ଗେ।