ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ହୋଇଛି।ଖାଲି ହୋଇଥିବା ଗୋଟିଏ ଆସନ ପାଇଁ ହେବ ନିର୍ବାଚନ। ଜୁନ୍ ୧ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୮ରେ ନାମାଙ୍କନ ଦାଖଲର ଶେଷ ତାରିଖ ଥିବାବେଳେ ଜୁନ୍ ୧୧ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଜୁନ୍ ୧୮ ତାରିଖ ସକାଳ ୯ରୁ ଅପରାହ୍ଣ ୪ଟା ମଧ୍ୟରେ ଭୋଟ୍ ଗ୍ରହଣ ହେବ।
ଜୁନ୍ ୧୮ ତାରିଖ ଅପରାହ୍ଣ ୫ଟାରେ ଭୋଟ୍ ଗଣତି ହେବ। ବିଜେଡିରୁ ଇସ୍ତଫା ଦେବା ପରେ ବିଜେପିରେ ମିଶିଛନ୍ତି ଦେବାଶିଷ।