ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା ମିଳିବ ନେଇ ‘ଏକ୍ସ’ରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁଳ୍କ ହ୍ରାସ ଯୋଗୁଁ ଆମେରିକା ବଜାରରେ ଓଡ଼ିଶା ଖାଦ୍ୟର ଚାହିଦା ବଢ଼ିବ।ଓଡ଼ିଶାର ଚିଙ୍ଗୁଡ଼ି, ମାଛ ଓ ସାମୁଦ୍ରିକ ଖାଦ୍ୟର ଚାହିଦା ବୃଦ୍ଧି ପାଇବ। ଆମ ଉପକୂଳବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀ ଓ ଚାଷୀମାନଙ୍କ ଆୟ ବଢିବ ଏବଂ ଓଡ଼ିଶା ‘ବ୍ଲୁ-ଇକୋନୋମି’ର ଏକ ପ୍ରମୁଖ କେନ୍ଦ୍ର ପାଲଟିବ କହିଛନ୍ତି ମୁଖ୍ୟମନ୍ତ୍ରୀ।