ଓୟୁଟିଆରର ହେବ ନବକଳେବର

ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ (ଓୟୁଟିଆର)ର ନବକଳେବର ପାଇଁ ହୋଇଥିବା ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।

ଭିତ୍ତିଭୂମିଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ରୂପାନ୍ତର ହେବ। ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ବିଶ୍ବବିଦ୍ୟାଳୟରେ ଏବେ ୪୬୦୦ ଛାତ୍ରଛାତ୍ରୀ ପଢ଼ୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢ଼ିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ ଆଇଆଇଟି ଢାଞ୍ଚାରେ ବିକାଶ କରାଯିବ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes