କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଜେଡି ବିଧାୟକ ସୁବର୍ଣ୍ଣ ନାୟକ ଓ ତାଙ୍କ ସ୍ତ୍ରୀ

ପୂର୍ବତନ ସଦର ବିଜେଡି ବିଧାୟକ ସୁବର୍ଣ୍ଣ ନାୟକ ତାଙ୍କ ସ୍ତ୍ରୀ ପ୍ରତିଭା ମଞ୍ଜରୀ ନାୟକ ତାଙ୍କ ସମର୍ଥକଙ୍କ ସହିତ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କଂଗ୍ରେସରେ ଯୋଗ ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଜିଲ୍ଲା ସଭାପତି ମୋହନ ପରିଡ଼ା, ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ସମ୍ପାଦକ ସଂଗ୍ରାମ ଦାସ, ଜିଲ୍ଲା ଆଦିବାସୀ ସେଲ ସଭାପତି ବିନୋଦ ନାୟକ ଉପସ୍ଥିତ ଥିଲେ। ସୁବର୍ଣ୍ଣ ନାୟକ ୨୦୦୯ରେ ବିଜେଡିର ବିଧାୟକ,ତାଙ୍କ ସ୍ତ୍ରୀ ଝୁମ୍ପୁରା ବ୍ଲକ ଅଧ୍ୟକ୍ଷା ଓ ଜିଲ୍ଲା ପରିଷଦ ସଭ୍ୟା ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes