କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ଛକ ନିକଟରେ ରବିବାର କଣ୍ଟେନର ପଛ ପଟରେ ଏକ ଆସ ବୋଝଇ ୧୨ ଚକିଆ ଟ୍ରକ ଧକ୍କା ଦେବା ଫଳରେ ଟ୍ରକ ଡ୍ରାଇଭର ଗାଡି ଭିତରେ ଚାପି ହୋଇ ରହିଥିଲେ।
ସ୍ଥାନୀୟ ଲୋକେ ଡ୍ରାଇଭରଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି। ଦୁର୍ଘଟଣା ପରେ ଜାତୀୟ ରାଜପଥର ଗୋଟିଏ ପାର୍ଶ୍ଵରେ ଗାଡି ଚଳାଚଳ ବ୍ୟାହତ ହୋଇଥିଲା।