ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୁମାରକେଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳିତ ହୋଇଯାଇଛି । ଏ ଅବସରରେ ସ୍ୱାଧୀନତା ସଂଗ୍ରାମୀ ସ୍ବର୍ଗତ ରାମଚନ୍ଦ୍ର ଶତପଥୀଙ୍କ ଦାୟାଦ ପ୍ରଶାନ୍ତ ଶତପଥୀ ଏବଂ ସ୍ୱାଧୀନତା ସଂଗ୍ରାମୀ ସ୍ବର୍ଗତ ଲକ୍ଷ୍ମଣ ଶତପଥୀଙ୍କ ଦାୟାଦ ସୁବାଷ ଶତପଥୀଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା ।
