କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ବୁଢ଼ାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ ରହିଛି, କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ଅଛି, କିନ୍ତୁ କମୁଛି।ଆଗାମୀ ୭ ଦିନ ଯାଏଁ ବର୍ଷା ନଥିବାରୁ ସ୍ଥିତିରେ ଆହୁରି ସୁଧାର ଆସିବ କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ।

ହୀରାକୁଦ ଜଳସ୍ତର ୯ଟା ସୁଦ୍ଧା ୬୨୬.୩୫ ଫୁଟ୍ ଅଛି। ୪ଟି ଗେଟ୍ ବନ୍ଦ କରାଯାଇଛି, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ୩ ଲକ୍ଷ ୮୫ ହଜାର କ୍ୟୁସେକ ପ୍ରବେଶ କରୁଛି ଏବଂ ୪ ଲକ୍ଷ ୨୪ ହଜାର କ୍ୟୁସେକ ନିଷ୍କାସିତ ହେଉଛି। କାଲି ମୁଣ୍ଡଳୀରେ ସଂଧ୍ୟା ୬ଟାରେ ୫ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେବ କହିଛନ୍ତି ଯନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes