କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ଫ୍ଲାଟ୍ରେ ଟ୍ରଲି ବ୍ୟାଗ୍ରୁ ୪ କୋଟିରୁ ଊର୍ଦ୍ଧ୍ବ ଟଙ୍କା ଜବତ ହୋଇଛି। ଓଡ଼ିଶା ଭିଜିଲାନ୍ସ ଇତିହାସରେ ସର୍ବାଧିକ ଟଙ୍କା ଜବତ ହୋଇଛି।
ଖଣି ଅଧିକାରୀଙ୍କ ଅଫିସ୍ରୁ ୧ ଲକ୍ଷ ୨୦ ହଜାର ଟଙ୍କା ଏବଂ ୧୩୦ ଗ୍ରାମ୍ ସୁନା ମଧ୍ୟ ଜବତ ହୋଇଥିବା ସୂଚନା ମିଳିଛି। ଗତକାଲି ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ।