ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ନିୟମାବଳୀ ଜାରି ହୋଇଥିବା ବେଳେ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ପ୍ରକଳ୍ପ ନିର୍ଦେଶକ ଅନୁପମ ଶାହା।
ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ପାଇଁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସଠିକ୍ ଶିକ୍ଷା ପାଇବା ଦିଗରେ ଯୋଜନା କରିବାକୁ କୁହାଯାଇଛି। ବିଦ୍ୟାର୍ଥୀଙ୍କୁ ୨ ପ୍ରକାରର ପୁସ୍ତକ ମିଳିବ। ଏହା ସହ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ।