ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଉଭୟ ଲାଇନ ଓ ସ୍ଲଟ୍ ବୁକିଂ ଦର୍ଶନ ଜାରି ରହିବା ନେଇ ଯୋଜନା କରୁଛୁ, ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ୍ ବୁକିଂ ମାଧ୍ୟମରେ ଦର୍ଶନ କରିବେ ଶ୍ରଦ୍ଧାଳୁ।ପ୍ରଥମେ ପରୀକ୍ଷାମୂଳକ ଭାବରେ ସ୍ଲଟ୍ ବୁକିଂ ଦର୍ଶନ ବ୍ୟବସ୍ଥା କରାଯିବ କହିଛନ୍ତି ମନ୍ତ୍ରୀ।