ସୁବର୍ଣ୍ଣପୁର ଜିଲ୍ଲା ସଦର ଧୂବାମୁଣ୍ଡା ରେଆର କାର୍ଯ୍ୟାଳୟ ପରିସରରେ ଆଜି ରେଆର ପ୍ରତିଷ୍ଠାତା ସ୍ବର୍ଗତ ଗୌରୀଶ୍ୟାମ ପଣ୍ଡାଙ୍କ ଦ୍ୱାଦଶାହରେ ଶ୍ରଦ୍ଧାଞ୍ଜଳିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ, ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଲିନା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଦେବାଶିଷ ଦାସ, ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି, ସାମାଜିକ ସଂଗଠନର କର୍ମକର୍ତ୍ତା, ଭିନ୍ନକ୍ଷମ ଶିଶୁ ଓ ଅଭିଭାବକ, ପରିବାର, ଆତ୍ମୀୟସ୍ୱଜନମାନେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।