ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି କରିଛି। ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନା ମେ ୧୫ ପର୍ଯ୍ୟନ୍ତ ଚାଲିବ। ସୋନପୁର ଜିଲ୍ଲାରେ ଜଣେ କର୍ମଚାରୀଙ୍କ ହୃଦଘାତରେ ମୃତ୍ୟୁ ହୋଇଥିଲା। ଗଣନାକାରୀ ନିଖୋଜ ହେବା ସହ ହିଟ ଷ୍ଟ୍ରୋକ ଓ ଦୁର୍ଘଟଣାର ଖବର ଆସିଥିଲା। ଏହା ପରେ କର୍ମଚାରୀଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।