ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ

ବଜେଟ ପୂର୍ବରୁ ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିଛି। ୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ ୯.୨% ଅଭିବୃଦ୍ଧି ହୋଇଛି। ଜାତୀୟ ଅଭିବୃଦ୍ଧି ହାର ୬.୯ ଥିବା ବେଳେ ଓଡ଼ିଶାରେ ଅଭିବୃଦ୍ଧି ହାର ୯.୨% ରହିଛି। ୯.୨ % ଅଭିବୃଦ୍ଧି ସହ ରାଜ୍ୟରେ ମୁଣ୍ଡପିଛା ଆୟ ୧,୮୬,୭୬୧ ଟଙ୍କା।ଅର୍ଥବ୍ୟବସ୍ଥାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅବଦାନ ଜାତୀୟ ହାରରୁ ଅଧିକ ରହିଛି। ଜାତୀୟ ଅବଦାନ ୧୬.୮% ଥିବା ବେଳେ ରାଜ୍ୟର ଅବଦାନ ୧୯.୬% ରହିଛି। ଜାତୀୟ ଅଭିବୃଦ୍ଧି ହାର ୩.୧ ଥିବା ବେଳେ ଓଡ଼ିଶାର ଅଭିବୃଦ୍ଧି ହାର ୫.୩%।

ଜିଏସଡିପିରେ ମଧ୍ୟ ୯.୫%ର ଅଭିବୃଦ୍ଧି ଦେଖିବାକୁ ମିଳିଛି। ୯ ଲକ୍ଷ କୋଟିରୁ ବୃଦ୍ଧି ପାଇ ଜିଏସଡିପି ୯.୯ ଲକ୍ଷ କୋଟିରେ ପହଞ୍ଚିଛି। ବାସ୍ତବ ଅଭିବୃଦ୍ଧି ହାର ମଧ୍ୟ ଜାତୀୟ ହାର ଠାରୁ ଆଗରେ ରହିଛି। ଜାତୀୟ ହାର ୭.୪ ରହିଥିବା ବେଳେ ଓଡ଼ିଶାର ହାର ୭.୯% ଆକଳନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes