କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ପ୍ରଶିକ୍ଷଣ କେନ୍ଦ୍ର ଠାରେ ସରପଞ୍ଚମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ ଶିବିର ଆଜି ଉଦଘାଟିତ ହୋଇଯାଇଛି।
ଏଥିରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ,ଉପାଧ୍ୟକ୍ଷ ସୁଶୀଳା ମେହେର,ଭାରପ୍ରାପ୍ତ ଅଧିକାରୀ ସୁଶାନ୍ତ ପଟେଲ ଅତିଥି ଭାବେ ଯୋଗଦେଇ ଥିଲେ ।ଜିଲ୍ଲାର କୋଣ ଅନୁକୋଣରୁ ସରପଞ୍ଚ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।