ଡିସେମ୍ବର ୨୨ରୁ ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପ୍

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ହାଇସ୍କୁଲ ପଡିଆ ଠାରେ ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବ ଆନୁକୁଲ୍ୟରେ ଚଳିତ ବର୍ଷ ହେବାକୁ ଥିବା ୨୯ତମ ସର୍ବଭାରତୀୟ ଜୟ ଜଗନ୍ନାଥ ଲୁତୁରପଙ୍କ କ୍ରିକେଟ କପ୍ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କ୍ଲବର ସଭାପତି ସୁଶିଲ ପ୍ରଧାନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ସ୍ଥାନୀୟ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଟୁର୍ଣ୍ଣାମେଣ୍ଟରେ ତାଙ୍କର ସମ୍ପୂର୍ଣ୍ଣ ସହଯୋଗ ରହିବ ବୋଲି ପ୍ରକାଶ କରିଥିଲେ । ସ୍ପୋର୍ଟସ କ୍ଲବର ମିଡ଼ିଆ ସେଲ ସଂଯୋଜକ ପୀତାମ୍ବର ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ପ୍ରାରମ୍ଭରେ ସ୍ପୋର୍ଟସ କ୍ଲବର ସମ୍ପାଦକ ମାଧବ ମହାକୁର ଗତ ବର୍ଷର ଆୟ ବ୍ୟୟର ବିବରଣୀ ପ୍ରଦାନ କରିଥିଲେ । ଆସନ୍ତା ଡିସେମ୍ବର ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଟୁର୍ଣ୍ଣାମେଣ୍ଟ ଆୟୋଜନ ପାଇଁ ସ୍ଥିର ହୋଇଥିଲା । ପ୍ରଥମ ଦିନରେ ଏକ ମହିଳା ପ୍ରଦର୍ଶନୀ କ୍ରିକେଟ ମ୍ୟାଚ୍ କରାଯାଇଥିବାର ପ୍ରସ୍ତାବ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes