ଦିଲ୍ଲୀ ଗଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ଦ୍ରୌପଦୀ ମୁର୍ମୁ ଆଜି ସକାଳେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଶୁଭେଚ୍ଛା ଜଣାଇବାକୁ ଭୁବନେଶ୍ୱର ବିମାନ ବନ୍ଦରରେ ବିଜେପି ନେତା, କର୍ମୀ ଓ ସମର୍ଥକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।

ଏହି ସମୟରେ ପାରମ୍ପରିକ ନାଚଗୀତରେ ଦୁଲୁକିଥିଲା ବିମାନବନ୍ଦର ପରିସର। ଏନେଇ ଶ୍ରୀମତୀ ମୁର୍ମୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ସହଯୋଗ କାମନା କରିଛନ୍ତି। ଆସନ୍ତାକାଲି ସେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡିଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version