ଏସସି, ଏସଟି ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ। ନିକଟରେ ନିଟ୍ ପାସ କରିଥିବା ଦିଦାୟୀ ଆଦିବାସୀ ଝିଅଙ୍କୁ ଭେଟିଥିଲି। ଆମର ବର୍ତ୍ତମାନ ଭଲ ଅଛି, ଭବିଷ୍ୟତ ଆହୁରି ଭଲ ରହିବ। ଲ୍ଲୀଠୁ ନେଇ ଦିଲ୍ଲୀ ଯାଏଁ ସାମ୍ବିଧାନିକ ବ୍ୟବସ୍ଥା ଚାଲିଛି। ହଜାର ହଜାର ବର୍ଷ ଧରି ଆମେ ଉତ୍ପୀଡ଼ନ ସହିଥିଲୁ୍, ଅସ୍ପୃଶ୍ୟତାର ଶିକାର ହୋଇଥିଲୁ, କିନ୍ତୁ ସମ୍ବିଧାନ ଆମକୁ ଅଧିକାର ଦେଲା।ଆମେ ସଶକ୍ତୀକରଣ ନହେଲେ ଯେତେ ଯୋଜନା କଲେ ବି ସୁଫଳ ମିଳିବନି। ଆମର ଉତ୍ଥାନ ନ ହେବା ଯାଏଁ ରାଜ୍ୟର ବିକାଶ ହୋଇପାରିବ ନାହିଁ କହିଛନ୍ତି ମୁଖ୍ୟମନ୍ତ୍ରୀ।