ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ରାଜ୍ୟରେ ଥିବା ମଣ୍ଡିଗୁଡ଼ିକ ଏବେ ନିର୍ଯାତନାର କେନ୍ଦ୍ର ପାଲଟିଛି।ବିଭିନ୍ନ ଆଳରେ କ୍ୱିଣ୍ଟାଲ ପିଛା ୫ରୁ ୭ କେଜି କଟନୀ-ଛଟନୀ ପରିତାପର ବିଷୟ। ମିଲର-ଅଧିକାରୀ ମଧୁଚନ୍ଦ୍ରିକା ଯୋଗୁଁ ଚାଷୀଙ୍କୁ ସେମାନଙ୍କୁ ମୂଲ୍ୟ ମିଳୁନି, ଇନପୁଟ ସବ୍ସିଡି ପ୍ରଦାନ ପାଇଁ ୧୫୦ କ୍ୱିଣ୍ଟାଲ ସିଲିଙ୍ଗ୍ ସଂକଳ୍ପ ପତ୍ରର ଉଲ୍ଲଙ୍ଘନ, ଏହି ସିଲିଙ୍ଗ୍ ଅଧିକ ଉତ୍ପାଦନ କରୁଥିବା ଚାଷୀମାନଙ୍କ ପାଇଁ ଦଣ୍ଡ ସ୍ୱରୁପ କହିଛନ୍ତି ନବୀନ।