ନିଶାମୁକ୍ତ ବିଦ୍ୟାଳୟ ସଚେତନତା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟରେ ନିଶାମୁକ୍ତ ବିଦ୍ୟାଳୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପଖଣ୍ଡ ଚିକିତ୍ସାଳୟର ଚିକିତ୍ସକ ଡ.ପ୍ରଣବ ମହାପାତ୍ର ଉପସ୍ଥିତ ଥିଲେ।

ଶିକ୍ଷକ ବୈକୁଣ୍ଠ ନାୟକଙ୍କ ସଂଯୋଜନାରେ ଶପଥ ଗ୍ରହଣ, ଶୋଭାଯାତ୍ରା, କୁଇଜ୍ ଓ ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଶେଷରେ କୃତି ଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes