ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା । ହୃଦଘାତର ଶିକାର ହେବାପରେ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିଲା।
ନୂଆପଡ଼ା ବିଧାନସଭା ଆସନରୁ ୪ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ଏବଂ ପୂର୍ବତନ ମନ୍ତ୍ରୀ ଥିଲେ ରାଜେନ୍ଦ୍ର ଢୋଲକିଆ।