ପାତାଳୀ ଶ୍ରୀକ୍ଷେତ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ସ୍ଥିତ ପାତାଳୀ ଶ୍ରୀକ୍ଷେତ୍ରକୁ ଆଜି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ଏକ ସଭାରେ ଶ୍ରଦ୍ଧାଳୁ ଜନସାଧାରଣ, ପୂଜକ ଓ ସେବାୟତ ତଥା ଶ୍ରୀ ପାତାଳୀ କ୍ଷେତ୍ର ଟ୍ରଷ୍ଟ ସଦସ୍ୟମାନଙ୍କ ସହ ପୀଠର ସର୍ବାଙ୍ଗୀନ ବିକାଶ ସମ୍ପର୍କରେ ଆଲୋଚନା କରିଥିବା ଜଣାଯାଇଛି । ସେ ପର୍ଯ୍ୟଟନ ବିଭାଗର ଯୋଜନା ଏବଂ ଆଗାମୀ ଦିନର କାର୍ଯ୍ୟପନ୍ଥା ବିଷୟରେ ମଧ୍ୟ ଆଲୋକପାତ କରିଥିଲେ । ସଭାରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା, ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ବଲୱନ୍ତ ସିଂ, ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes