ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଶଙ୍ଖୁଆ ପଞ୍ଚାୟତ ଭୋଳପଡା ଗ୍ରାମ୍ୟ ପୋଖରୀରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ୩୫ ବର୍ଷୀୟ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।

ମୃତକ ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଗଡ଼ସାହିର ହାତୀ ନାଏକ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଶୁକ୍ରବାର ଅପରାହ୍ନରେ ପୋଖରୀରେ ମୃତଦେହ ଭାସୁଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ସାହାରପଡା ଫାଣ୍ଡି ପୋଲିସ ପହଁଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes