ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ହରଡ଼ଖୋଲ ପଂଚାୟତର ହରଡ଼ଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା, ଉତ୍ତରଦାୟିତ୍ୱ ଓ ସ୍ୱଚ୍ଛତା ସମିତି ତଥା ଜିଲ୍ଲାପରିଷଦ ସୁବର୍ଣ୍ଣପୁର ତରଫରୁ ଆଜି ପ୍ରଧାନମନ୍ତ୍ରୀ ପୋଷଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଶିଶୁମାନଙ୍କୁ ପ୍ରଦାନ କରାଯାଉଥିବା ମଧ୍ୟାହ୍ନ ଭୋଜନ ଯୋଜନାରେ ବ୍ୟବହୃତ ନଥିପତ୍ର ଯାଞ୍ଚ, ମଧ୍ୟାହ୍ନ ଭୋଜନ ପ୍ରସ୍ତୁତିରେ ସଫାସୁତୁରା ସହ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରାଯାଇଥିଲା। ଶେଷରେ ବିଦ୍ୟାଳୟ ପରିଚାଳନା କମିଟି ସହ ବୈଠକ ହୋଇଥିଲା।