ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।
ଏହି ଜିଲ୍ଲାଗୁଡିକ ହେଲା ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡା। ସେହିପରି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, କୋରାପୁଟ, ନବରଙ୍ଗପୁରକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି।