ବ୍ୟାଙ୍କକୁ ଭଉଣୀର କଙ୍କାଳ ନେଇ ଯିବା ଘଟଣାରେ ତଦନ୍ତ ଆରମ୍ଭ କରିଛନ୍ତି ଉତ୍ତରାଞ୍ଚଳ RDC। ପ୍ରାଥମିକସ୍ତରରେ ଜଣାପଡୁଛି ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି। ସିସିଟିଭିରୁ ବ୍ୟାଙ୍କ କର୍ତ୍ତୃପକ୍ଷ ତାଙ୍କୁ ଫେରାଇଥିବା ଜଣାପଡ଼ିଛି। ସିସିଟିଭି ଅଡିଓ ଭର୍ସନ ନ ଥିବାରୁ କଣ କଥାବାର୍ତ୍ତା ହୋଇଛି ଜଣାପଡ଼ୁନି, ୧୧ଟା ୨୬ରେ ବ୍ୟାଙ୍କ ଆସିଲେ, ୧୧ଟା ୫୮ରେ ବ୍ୟାଙ୍କ ଛାଡ଼ିଲେ। ସେହି ସମୟ ଭିତରେ ୪ ଥର ସେ ବ୍ୟାଙ୍କ ଭିତରେ କର୍ମଚାରୀଙ୍କୁ ଭେଟିଛନ୍ତି। ଶେଷରେ ବ୍ୟାଙ୍କ ମ୍ୟାନେଜର ତାଙ୍କୁ ଫେରାଇଛନ୍ତି କହିଛନ୍ତି RDC।
ଏହାପରେ ସେ କ୍ଷୁବ୍ଧ ହୋଇ ଯାଇ କଙ୍କାଳ ଆଣି ଆସିଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଆରଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ଆଜି ତୁରୁମୁଙ୍ଗା ଅଞ୍ଚଳ ଜିତୁ ମୁଣ୍ଡାଙ୍କ ଘରେ ଉତ୍ତରାଞ୍ଚଳ RDC ପହଞ୍ଚି ତଦନ୍ତ କରୁଛନ୍ତି।