ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନଙ୍କୁ ନେଇ ସରପଞ୍ଚ ଶ୍ରୀୟା କର୍ମୀଙ୍କ ଦ୍ବାରା ସମୀକ୍ଷା ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ସ୍କୁଲର ରକ୍ଷଣାବେକ୍ଷଣ ଓ ପରିଚାଳନା ସମ୍ପର୍କରେ ଆଲୋଚନା ହୋଇଥିଲା ।
