ବଜ୍ର ପାତରେ ବୃଦ୍ଧ ମୃତ

କେନ୍ଦୁଝର ଜିଲ୍ଲା ପାଟଣା ଥାନା ଉଦୟପୁର ଗ୍ରାମରେ ରବିବାର ରାତିରେ ବଜ୍ରପାତ ଘଟି ଜଣେ ୫୮ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପ୍ରହଲ୍ଲାଦ ନାଏକ।

ସୂଚନା ଅନୁଯାୟୀ, ରବିବାର ରାତି ରୋଷେଇ ଘରେ ବସିଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ ତାଙ୍କୁ ପ୍ରଥମେ ଉଦୟପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes