ରାଜ୍ୟ ସରକାରଙ୍କ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲାର ୬୫ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ବସକୁ ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ସଫଳ ଯାତ୍ରା ନିମନ୍ତେ ଶୁଭକାମନା କରିଛନ୍ତି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ଥିଲେ ।
