ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ୭୫ ତମ ଜନ୍ମ ଦିନ ଅବସରରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ ଙ୍କ ନେତୃତ୍ବରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହୋଇଥିଲେ।