ବାତ୍ୟା ଅସାନି ପ୍ରଭାବରେ ୧୦ତାରିଖ ସନ୍ଧ୍ୟାରୁ ପ୍ରବଳ ବର୍ଷା ସମ୍ଭାବନା

ମେ’ ୧୦ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ଆଶଙ୍କା ଥିବାବେଳେ ୧୧ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି।

ସେହିପରି ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବ। ବାତ୍ୟା ୧୨ରେ ପାରାଦୀପ ନିକଟରେ ଦୁର୍ବଳ ହୋଇ ଗଭୀର ଅବପାତରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes