ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ଅଧ୍ୟକ୍ଷ ଡ଼.ହିମାଂଶୁ ଶେଖର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷାର ମହତ୍ତ୍ଵ ସମ୍ବନ୍ଧରେ ଆଲୋକପାତ କରିବା ସହ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିରେ ତରଭା ଏଇଏସ କଲେଜର ପୂର୍ବତନ ଅଧ୍ୟକ୍ଷ ଶମ୍ଭୁ ଭୂଷଣ ପଣ୍ଡା ମୁଖ୍ୟ ବକ୍ତା, ବୀରମହାରାଜପୁର ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମୁରଲୀଧର ହୋତା, କଲେଜର ଇଂରାଜୀ ବିଭାଗ ମୁଖ୍ୟ ଗୀତାଞ୍ଜଳି ପୂଝାରୀ ଓ ସ୍ଥାନୀୟ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ସମ୍ମାନିତ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ଅଧ୍ୟାପିକା ଯାମିନି ଦାସ ସଭା ସଂଯୋଜନା କରିଥିବାବେଳେ ଅଧ୍ୟାପିକା ଡ.ବନ୍ଦିତା ବିଶ୍ବାଳ ଅତିଥି ପରିଚୟ ଓ ସ୍ବାଗତ ସମ୍ଭାଷଣ ଜଣାଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes