ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୭ ବର୍ଷ ବୟସରେ ଜର୍ଜ ତିର୍କିଙ୍କ ପରଲୋକ ଘଟିଛି। ସେ ଗତ କିଛି ମାସ ଧରି ଅସୁସ୍ଥ ଥିଲେ। ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଭାବେ ପରିଚିତ ତିର୍କି ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ରେ ବିଧାୟକ ନିର୍ବାଚିତ ହୋଇଥିଲେ। JMMରୁ ୨ ଥର, ଥରେ ସ୍ବାଧୀନ ଓ ଥରେ ସମତା କ୍ରାନ୍ତି ଦଳରୁ ନିର୍ବାଚିତ ହୋଇଥିଲେ।