ବ୍ଲକ ସ୍ତରୀୟ ଲୋକକଳା ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର କଲ୍ୟାଣ ମଣ୍ଡପ ଠାରେ ବୁଧବାର ବ୍ଲକ ସ୍ତରୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି । ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁରୁଷୋତ୍ତମ ଧରୁଆଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବ୍ଲକ କଳାକାର ସଙ୍ଘର ଉପସଭାପତି ରାମକୃଷ୍ଣ ହୋତା ସଂଯୋଜନା କରିଥିଲେ । ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବାବେଳେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅଞ୍ଜୁଲତା ମିଶ୍ର ଓ ଚମ୍ପାମାଳ ସମିତି ସଭ୍ୟ ଲକ୍ଷ୍ମୀନାରାୟଣ ପୁରୋହିତ ପ୍ରମୁଖ ମଞ୍ଚାସୀନ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes