ପ୍ରତ୍ୟେକ ଜିଲ୍ଲାରେ ‘ସୁଭଦ୍ରା ଶକ୍ତି ବଜାର’ ବି ପ୍ରତିଷ୍ଠା ହେବ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦଗୁଡ଼ିକୁ ବଜାରୀକରଣ ହେବ।
ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ୩୬ ହଜାର ଲକ୍ଷପତି ଦିଦି ସୃଷ୍ଟି କରିଛନ୍ତି। ଲକ୍ଷପତି ଦିଦି ଯୋଜନା କେବଳ ଗ୍ରାମାଞ୍ଚଳରେ ସୀମିତ ଥିବାରୁ ରାଉରକେଲାରେ କୌଣସି ଲକ୍ଷପତି ଦିଦି ଚିହ୍ନଟ ହୋଇନାହାନ୍ତି।