ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମସିଣାପାଲି ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଛୋଟ ଛୋଟ ଶିଶୁମାନଙ୍କୁ ନେଇ ମ୍ୟୁଜିକ ଚେୟାର, ପୁଚିଖେଳ ଓ ନୃତ୍ୟଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ସୁରଚୀ ଭୋଇଙ୍କ ସଂଯୋଜନାରେ ଅନୁଷ୍ଠିତ ପୁରସ୍କାର ବିବରଣୀ ଉତ୍ସବରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ।