ମହିଳାଙ୍କ ବିକାଶ ଉପରେ ଗରୁତ୍ବାରୋପ କଲେ ରାଷ୍ଟ୍ରପତି

ଷ୍ଟିଲ୍ ସିଟି ରାଉରକେଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ପରେ ଅଭିଭାଷଣ ରଖିଛନ୍ତି। ଓଡ଼ିଶାର ସଂସ୍କୃତି ଓ ପରମ୍ପରା ମହାନ, ସୁନ୍ଦରଗଡ଼ର କଳା ସଂସ୍କୃତି ଓଡ଼ିଶାକୁ ପରିପୂର୍ଣ୍ଣ କରିଛି। ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ ସଂଗ୍ରାମ ପାଇଁ ପରିଚିତ, ନିର୍ମଳ ମୁଣ୍ଡାଙ୍କ ସଂଗ୍ରାମ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ। ପରିବେଶ ପଥକୁ ନିର୍ମଳ ମୁଣ୍ଡାଙ୍କ ନାଁରେ ନାମିତ ଖୁସି କରିଛି।

ହକିରେ ସୁନ୍ଦରଗଡ଼ ସାରା ଦେଶରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଦିଲ୍ଲୀପ ତିର୍କୀ, ଲାଜରୁସ ବାର୍ଲାଙ୍କ ପରି ଖେଳାଳି ଗୌରବ ବଢ଼ାଇଛନ୍ତି। ଆଦିବାସୀଙ୍କ ବିକାଶ ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି, ଅଧିକରୁ ଅଧିକ ଏକଲବ୍ୟ ସ୍କୁଲମାନ ପ୍ରତିଷ୍ଠା କରାଯାଉଛି କହିଛନ୍ତି ରାଷ୍ଟ୍ରପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes