ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଗଣପତି ଆଦର୍ଶ ଶିକ୍ଷା ନିକେତନ ଠାରେ ଗୁରୁବାର ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ସଭାରେ ଉପଖଣ୍ଡ ପୋଲିସ ଅଧିକାରୀ ହେମନ୍ତ ରାଓ, ତହସିଲଦାର ଶୁଚିସ୍ମିତା ପାଣିଗ୍ରାହୀ, ସ୍ଥାନୀୟ ବ୍ଳକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ଚମ୍ପାମାଳ ସମିତି ସଭ୍ୟ ଲକ୍ଷ୍ମୀନାରାୟଣ ପୁରୋହିତ, ଅନୁଷ୍ଠାନର ସମ୍ପାଦକ ବିବସ୍ୱତି ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣ ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ଶିକ୍ଷକ ବ୍ୟୋମକେଶ ପଣ୍ଡା ସଭା ପରିଚାଳନା କରିଥିବାବେଳେ ପ୍ରଧାନ ଶିକ୍ଷକ ଶାନ୍ତନୁ ମହାକୁଡ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ସାମୁହିକ ଭାବରେ ଔଷଧୀୟ ଓ ଅନ୍ୟାନ୍ୟ ଚାରା ରୋପଣ କରାଯାଇଥିଲା । ଏଥିରେ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ଯୋଗ ଦେଇଥିଲେ ।