ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଯୁବରାଜପୁର ଗାଁରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଗାଁର ପୁର୍ଣ୍ଣଚନ୍ଦ୍ର ପଧାନଙ୍କ ଘରେ ଥିବା ଧାନ, ଚାଉଳ, ସୁନା ଗହଣା ଓ ଘରୋଇ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି । ସ୍ଥାନୀୟ ରାଜସ୍ୱ ନିରୀକ୍ଷକ ପୁର୍ଣ୍ଣଚନ୍ଦ୍ରଙ୍କ ଘରକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଥିବା ଜଣାଯାଇଛି । ଶୀଘ୍ର କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବୀ ହୋଇଛି ।