ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ମିଳିବ ନେଇ ସୂଚନା ଦେଲେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଏବେ ରାଜ୍ୟର ୧ କୋଟିରୁ ଅଧିକ ମହିଳାଙ୍କୁ ପ୍ରତି ୬ ମାସରେ ୫ ହଜାର ମିଳୁଛି, ମହିଳାଙ୍କ ଆର୍ଥିକ ବିକାଶ ପାଇଁ ଓଡ଼ିଶାରେ ସୁଭଦ୍ରା ଯୋଜନା ଲାଗୁ ହୋଇଛି। ୨ ଲକ୍ଷ ଆବେଦନର ସର୍ଭେ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ କହିଛନ୍ତି ଉପମୁଖ୍ୟମନ୍ତ୍ରୀ।