ଗତ ୨୪ ଘଣ୍ଟାରେ ରାଜ୍ୟର ୨୪ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୧୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୦୯ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୭୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୨୮ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ୧୩,୨୭,୮୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩,୧୬,୮୧୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୮୦୦ ଜଣ ଚିକିତ୍ସାଧୀନ ଅଛନ୍ତି ।