ରାଜ୍ୟରୁ ଆଉ ୨୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୨୬ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୬୭ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୩୬ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୩,୩୧,୧୩୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩,୨୦,୨୧୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୬୮୫ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes