ଗତ ୨୪ ଘଣ୍ଟାରେ ରାଜ୍ୟର ୨୪ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୬୮ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୧୨୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୫୪ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ୧୩,୨୬,୬୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩,୧୫,୪୫୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୯୮୯ ଜଣ ଚିକିତ୍ସାଧୀନ ଅଛନ୍ତି ।