ରାଜ୍ୟରୁ ଆଉ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୪ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୫ ଜଣ କାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୧ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୩୮୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୧୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୯୦ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version