ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି। ଏବେ ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ପ୍ଲାନେଟୋରିୟମ୍ କାମ ଚାଲିଛି, ଅନେକ ଜାଗାରେ କାମ ସରିଆସିଲାଣି, ଖୁବଶୀଘ୍ର ଉଦ୍ଘାଟନ ହେବ।
ପ୍ରତି ବର୍ଷ ୩୦ ଜଣ କୁନି ବୈଜ୍ଞାନିକଙ୍କୁ ଇସ୍ରୋ ପଠାଯାଉଛି। ସେମାନେ ସ୍ପେସ୍ ସେଣ୍ଟର ବୁଲି ଜ୍ଞାନ ଆହରଣ କରୁଛନ୍ତି। ଖୁବଶୀଘ୍ର ଭୁବନେଶ୍ୱର ପ୍ଲାନେଟୋରିୟମ୍ ପୁନଃରୁଦ୍ଧାର କାର୍ଯ୍ୟ ଆରମ୍ଭ ହେବ। ଅଧିକ ବୈଜ୍ଞାନିକ ସୃଷ୍ଟି କରିବା ସରକାରଙ୍କ ଲକ୍ଷ୍ୟ କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର।